ରାଜ୍ୟ

ସବୁ ପରୀକ୍ଷାକୁ ସ୍ଥଗିତ କଲେ ସରକାର

ଭୁବନେଶ୍ୱର(ସତ୍ୟଶିଖା): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶ୍ରେଣୀର ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆଜିଠୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ ସ୍ଥଗିତ ରଖିଥିବା ରାଜ୍ୟ ସରକାର ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା, ବିପିୟୁଟି ଓ ଭିସୁଟ୍ ପରିଚାଳିତ ସମସ୍ତ ସେମିଷ୍ଟାର ଓ ଫାଇନାଲ ପରୀକ୍ଷାକୁ ଆସନ୍ତା ସୋମବାରଠୁ ସ୍ଥଗିିତ ରଖାଯାଇଛି। ଆଜି ଏନେଇ ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତୋ ବାଗଚୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ସୂଚନାଯୋଗ୍ୟ, ରାଜ୍ୟର ପ୍ରାୟ ସାଢ଼େ ୩ଲକ୍ଷ ଛାତ୍ରଛାତ୍ରୀ ଏବେ ଯୁକ୍ତ ଦୁଇ ପରୀକ୍ଷା ଦେଉଛନ୍ତି। ଏହି ପରୀକ୍ଷା ମାର୍ଚ୍ଚ ୩ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ଥିଲା।

[ad_2]
Show More
Back to top button