ଆଉ ଜଣେ ‘କରୋନା’ ଆକ୍ରାନ୍ତ ଚିହ୍ନଟ, କେଉଁ ଜିଲ୍ଲାରେ ପଢ଼ନ୍ତୁ


ଭୁବନେଶ୍ୱର(ସତ୍ୟଶିଖା): ରାଜ୍ୟରେ ଆଉ ଜଣେ ‘କରୋନା’ ଚିହ୍ନଟ ହୋଇଛନ୍ତି। ସେ ହେଉଛନ୍ତି ଜଣେ ୩୫ ବର୍ଷୀୟ ମହିଳା। ତାଙ୍କ ଘର ଯାଜପୁର ଜିଲ୍ଲା ବାସୁଦେବପୁର ଅଞ୍ଚଳର। ଏମାନଙ୍କୁ ମାଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୯ରେ ପହଞ୍ଚିଛି। ଟ୍ୱିଟ୍ କରି ଏନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ।
5th Health Update, 1st May, 2020
One New Positive Case in Jajpur
35 yr Female, Basudevpur(Contact case in containment zone)
Contact tracing and follow-up action is being done.
Total Positive Case: 149
— I & PR Department, Odisha (@IPR_Odisha) May 1, 2020
ଆହୁରି ପଢ଼ନ୍ତୁ
ଆଜି ସକାଳେ ଯାଜପୁର ଜିଲ୍ଲାରେ ୩ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଅପରାହ୍ନରେ ବାସୁଦେବପୁର ଅଞ୍ଚଳରୁ ଆଉ ଜଣେ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଗୋଟିଏ ଦିନରେ ଯାଜପୁର ଜିଲ୍ଲାରେ ୪ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ବାସୁଦେବପୁର ଅଞ୍ଚଳକୁ କଣ୍ଟେନ୍ମେଣ୍ଟ୍ ଜୋନ ଭାବେ ଘୋଷଣା କରାଯାଇଥିଲା। ସେହି ଅଞ୍ଚଳରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନର ଚିନ୍ତା ବଢ଼ି ଯାଇଛି। ତେବେ ସେ କାହା ସଂସ୍ପର୍ଶରେ ଆସିଛନ୍ତି, ତାହା ଜଣାପଡ଼ିନାହିଁ। ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏହି ମହିଳାଙ୍କୁ ମିଶାଇ ଯାଜପୁର ଜିଲ୍ଲା ‘କରୋନା’ ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି।
ଆଜି ସୁଦ୍ଧା ରାଜ୍ୟରେ ୧୪୯ ଜଣ ‘କରୋନା’ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ୯୩ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ରହିଛନ୍ତି।
[ad_2]