ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର(ସତ୍ୟଶିଖା): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ଭୁବନେଶ୍ୱରର। ଫଳରେ ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୬୨ ଜଣ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ସୂଚନାଯୋଗ୍ୟ, ଆଜି ସକାଳେ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ୧୭ ଜଣ ଗଞ୍ଜାମ ଜିଲ୍ଲାର। ସେମାନଙ୍କ ମଧ୍ୟରୁ ଜଣେ ୨୦ ବର୍ଷୀୟା ମହିଳା ହୋଇଥିବା ବେଳେ ଅବଶିଷ୍ଟ ୧୬ ଜଣ ପୁରୁଷଙ୍କ ବୟସ ୧୮ରୁ ୫୦ ବର୍ଷ ମଧ୍ୟରେ ବୋଲି ସରକାର ସ୍ପଷ୍ଟ କରିଛନ୍ତି । ଆଉ ୩ ଜଣ ମୟୂରଭଞ୍ଜ ଜିଲ୍ଲାର। ସେମାନେ ସମସ୍ତେ ପୁରୁଷ ଓ ବୟସ ଯଥାକ୍ରମେ ୨୧, ୩୬ ଓ ୪୪ ବୋଲି ଜଣାଯାଇଛି। ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ ଥର ପାଇଁ କରୋନା ପାଦ ଥାପିଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ଜଣାପଡ଼ିଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫କୁ ବୃଦ୍ଧି ପାଇଛି।



[ad_2]

Exit mobile version