ରାଜ୍ୟ

ଆଉ ୧୪ କରୋନା ପଜିଟିଭ୍ ଚିହ୍ନଟ; ୩୯୧ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଯାଇଛି।

୧୪ଟି ନୂଆ କେସ୍ ମଧ୍ୟରୁ ୧୨ଟି ଗଞ୍ଜାମର ହୋଇଥିବା ବେଳେ ଗୋଟିଏ ସୁନ୍ଦରଗଡ଼ ଓ ଆଉ ଗୋଟିଏ କେନ୍ଦ୍ରାପଡ଼ାର।

ଆହୁରି ପଢ଼ନ୍ତୁ

୧୨ଟି ନୂଆ କେସ୍‌ ପରେ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଛି। ଏଠାରେ ୧୩୬ ଜଣ ଚିକିତ୍ସାଧୀନ ଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଛୁଇଁଛି। ସେମାନଙ୍କ ମଧ୍ୟରୁ ୬ ଜଣ ସୁସ୍ଥ ହୋଇଥିବା ବେଳେ ୮ ଜଣ ଚିକିତ୍ସାଧୀନ ଅଛନ୍ତି। କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଓ ୭ ଜଣ ଚିକିତ୍ସାଧୀନ ଅଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟର ୩୯୧ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୨୦ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।

[ad_2]
Show More
Back to top button