ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ଯାଇ ପହଞ୍ଚିଲା ୭୪ରେ

ଭୁବନେଶ୍ୱର (ସତ୍ୟଶିଖା): ଆଉ ୬ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଜଣେ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଅଞ୍ଚଳରେ ହୋଇଥିବା ବେଳେ ଅନ୍ୟ ୫ ଜଣ ଯାଜପୁର ଜିଲ୍ଲାରେ ବୋଲି ଜଣାପଡ଼ିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ଆଜି ଗୋଟିଏ ଦିନରେ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ଜଣାଇ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଯାଜପୁରରେ ଚିହ୍ନଟ ହୋଇଥିବାର ୫ ଆକ୍ରାନ୍ତଙ୍କ ତଥ୍ୟ ମିଳିଛି। କୋରେଇରୁ ଜଣେ, ଯାଜପୁରରୁ ୩ ଓ ଦଶରଥପୁରରୁ ଜଣେ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ କୋଲକାତା ବଡ଼ବଜାର ଅଞ୍ଚଳରେ ଶ୍ରମିକ ଭାବେ କାମ କରୁଥିଲେ। ସେଠାରେ ସେମାନେ ସମସ୍ତେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରାଯାଉଛି। ତେବେ ସେମାନଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ଜଣାପଡ଼ିନାହିଁ। ଅନ୍ୟପକ୍ଷରେ ଚିହ୍ନଟ ହୋଇଥିବା ୫ ‘କରୋନା’ଙ୍କ ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ ଯୋନ ଭାବେ ଘୋରାଯିବ। ଏଥିପାଇଁ ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ କହିଛନ୍ତି।

ରାଜ୍ୟରେ ଆଜି ସୁଦ୍ଧାରେ ‘କରୋନା’ରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭୩ ଜଣ ଆକ୍ରାନ୍ତ ହୋଇଛନ୍ତି। ଅନେକ ଆଇସୋଲେସନ୍‌ରେ ରହିଛନ୍ତି। ତେବେ ୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି ଗୋଟିଏ ଦିନରୁ ୧୩ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ବାଲେଶ୍ୱରରୁ ୨ ଜଣ, ଭଦ୍ରକରୁ ୫ ଜଣ, ଯାଜପୁରରୁ ୫ ଜଣ ଓ ସୁନ୍ଦରଗଡ଼ରୁ ଜଣେ ଅଛନ୍ତି। ସମସ୍ତଙ୍କୁ ଭୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।



[ad_2]

Exit mobile version