ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୮ଶହ ପାର ହେଲା ସଂଖ୍ୟା

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୭୧୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧୨୯ ଜଣ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ

୧୬ଟି ଜିଲ୍ଲାରୁ ନୂତନ ଭାବେ ଚିହ୍ନଟ ଏହି ୭୫ ଜଣଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆଉ ୩ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଏହି ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ସର୍ବାଧିକ ୧୮ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨, ଯାଜପୁରରୁ ୭, କେନ୍ଦୁଝରରୁ ୧, ଗଞ୍ଜାମରୁ ୧, ନୟାଗଡ଼ରୁ ୪, କଟକରୁ ୫, ଅନୁଗୋଳରୁ ୨, ଢେଙ୍କାନାଳରୁ ୨, ବଲାଙ୍ଗିରରୁ ୫, ପୁରୀରୁ ୧, ସୋନପୁରରୁ ୩ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଚିହ୍ନଟ ହୋଇଛନ୍ତି।



[ad_2]

Exit mobile version