ଆପୋଲୋରେ ପଶିଲା କରୋନା | Satyasikha

ଭୁବନେଶ୍ୱର(ସତ୍ୟଶିଖା): ରାଜ୍ୟରେ ନୂତନ ୧୧୦ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୬ ଜଣ ଅଛନ୍ତି। ଭୁବନେଶ୍ୱର ମହାନିଗର ନିଗମ(ବିଏମ୍ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ହସ୍ପିଟାଲରୁ ଓ ଜଣେ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ଏମ୍ସର ଡାକ୍ତର ଓ କର୍ମଚାରୀଙ୍କୁ ମିଶାଇ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆପୋଲୋ ହସ୍ପିଟାଲର ଜଣେ ୩୮ ବର୍ଷୀୟ ପୁରୁଷ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ବ୍ୟକ୍ତିଙ୍କ (୩୫)ଘର ପୋଖରୀପୁଟ ଡିଏଭି ସ୍କୁଲ ପାଖରେ ଜଣାପଡ଼ିଛି। ସେ କନ୍ଧମାଳରୁ ଆସିଥିଲେ।

ଆହୁରି ପଢ଼ନ୍ତୁ

ତେବେ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୪ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୪୨ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କର ମୃତ୍ୟୁ ଘଟିଛି।



[ad_2]

Exit mobile version