ଏହି ସବୁ ଜିଲ୍ଲାରେ ବର୍ଷିବ – Satyasikha

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାରରେ ଆସନ୍ତା କିଛି ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ୫ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ

ଏହିସବୁ ଜିଲ୍ଲାଗୁଡ଼ିକ ହେଉଛି ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି ଓ ବରଗଡ଼। ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ମୟୂରଭଞ୍ଜ ଓ କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

[ad_2]
Exit mobile version