ଓଲଟି ପଡ଼ିଲା ମାଙ୍କଡ଼ା ପଥର ବୋଝେଇ ଟ୍ରକ୍‌

ଯାଜପୁର(ସତ୍ୟଶିଖା): ଯାଜପୁର ଜିଲ୍ଲା ଦର୍ପଣ ତହସିଲ ଅଧିନସ୍ଥ ଅଭୟପୁର ଗାଁ ନିକଟରେ ଗତକାଲି ରାତିରେ ଏକ ମାଙ୍କଡ଼ା ପଥର ବୋଝେଇ ଟ୍ରକ୍‌ ରାସ୍ତାକଡ଼କୁ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକଜଣକ ହେଲେ ଶୋଲର ଗାଁର ଶ୍ରୀକାନ୍ତ ବିଶ୍ଵାଳ। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଛନ୍ତି।

ଆହୁରି ପଢ଼ନ୍ତୁ

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ଟ୍ରକ୍‌ରେ ମାଙ୍କଡ଼ା ପଥର ଚୋରା ଚଲାଣ କରାଯାଉଥିଲା। ଅଭୟପୁର ଗାଁ ନିକଟରେ ଭାରସାମ୍ୟ ହରାଇ ଟ୍ରକ୍‌ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଟ୍ରକ୍‌ରେ ଚାରି ଜଣ ଶ୍ରମିକ ଥିବା ବେଳେ ଟ୍ରକ୍‌ ତଳେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ତିନି ଜଣ ଶ୍ରମିକଙ୍କର କିଛି ହୋଇ ନାହିଁ। ବୈରି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ପୁଲିସ୍ ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

[ad_2]
Exit mobile version