

ସତ୍ୟଶିଖା( ଭୁବନେଶ୍ୱର)୨୫.୦୮ . ୨୦୨୨: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢ଼ିଛି। କିଛି ଦିନ ପରେ ଆଜି ଏହା ୩ ଶହ ଉପରେ ରହିଛି। ଗତକାଲି ୨୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଦୈନିକ କରୋନା ସଂକ୍ରମଣ ୮୦ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।