ଔରୈୟା ଦୁର୍ଘଟଣା, ମୃତକ ଓ ଆହତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ସହାୟତା

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଔରୈୟାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରବାସୀ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସହାୟତା ଯୋଗାଇଛନ୍ତି। ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ସମସ୍ତ ଟଙ୍କା ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡରୁ ଦିଆଯିବ। ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପିଏମଓ ପକ୍ଷରୁ ଟୁଇଟ୍ କରି କୁହାଯାଇଛି।

ଆହୁରି ପଢ଼ନ୍ତୁ

ଆଜି ସକାଳ ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଟ୍ରକ ଆଉ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୨୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଶ୍ରମିକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା ପ୍ରକାଶ ପାଇଛି। ସମସ୍ତ ଆହତଙ୍କୁ ଜିଲ୍ଲା ହସ୍ପିଟାଲ ଓ ସୈଫାଇ ପିଜିଆଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଔରୈୟା ଡିଏମ ଅଭିଷେକ ସିଂହ କହିଛନ୍ତି, ଟ୍ରକଟି ରାଜସ୍ଥାନରୁ ଆସୁଥିଲା। ଏଥିରେ ବିହାର, ଝାରଖଣ୍ଡ ଓ ପଶ୍ଚିମବଙ୍ଗର ଅଧିକାଂଶ ଶ୍ରମିକ ଥିଲେ। ତେବେ ରାତି ପ୍ରାୟ ୩.୩୦ରେ ଟ୍ରକ୍‌ଟି ସାମ୍ନା ପଟୁ ଆସୁଥିବା ଆଉ ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଫଳରେ ଦୁଇଟି ଯାକ ଟ୍ରକ୍‌ ରାସ୍ତାରେ ଓଲଟି ପଡ଼ିଥିଲା



[ad_2]

Exit mobile version