‘କରୋନା ଆକ୍ରାନ୍ତଙ୍କ ପରିଚୟ ଗୋପନ ରଖ’

କଟକ(ସତ୍ୟଶିଖା): କରୋନାରେ ଆକ୍ରାନ୍ତ ବ୍ୟକ୍ତିଙ୍କ ପରିଚୟ ପ୍ରଘଟ ହୋଇପାରିବ ନାହିଁ। ଏଭଳି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କରୋନାରେ ଆକ୍ରାନ୍ତ ହୋଇ ଯଦି କୌଣସି ବ୍ୟକ୍ତି ସରକାରୀ ହେଉ କି ବେସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି, କିମ୍ବା କୌଣସି କ୍ୱାରେଣ୍ଟାଇନ ସେଣ୍ଚରେ ରହୁଥାନ୍ତି,  ତେବେ ତାଙ୍କ ପରିଚୟ ପ୍ରଘଟ କରାଯାଇପାରିବ ନାହିଁ। ଏପରିକି ସରକାରୀ ବିଭାଗ ମଧ୍ୟରେ ହେଉଥିବା ଚିଠି ଦିଆନିଆରେ ବି ଆକ୍ରାନ୍ତଙ୍କ ନାମ ଗୋପନ ରଖାଯିବ।

ଆହୁରି ପଢ଼ନ୍ତୁ

ଏହାସହ ଗଣମାଧ୍ୟମ ଓ ସୋଶାଲ ମିଡିଆରେ ବି କରୋନା ସଂକ୍ରମିତଙ୍କ ପରିଚୟ ଦିଆଯାଇପାରିବ ନାହିଁ ବୋଲି କୋର୍ଟ କହିଛନ୍ତି।
ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏସଂପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ଜୁନ ୪ ତାରିଖରେ ହେବ ।

[ad_2]
Exit mobile version