

ସତ୍ୟଶିଖା( ଭୁବନେଶ୍ୱର)୧୬.୦୪.୨୦୨୨ : ପାଠ ପଢ଼ା ପାଇଁ ସ୍କୁଲରେ ଖରାଛୁଟି କାଟଛାଣ୍ଟ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଜୁନ୍ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍ରେ ଖରାଛୁଟି ଘୋଷଣା ହୋଇଛି। ବର୍ତ୍ତମାନ ଭଳି ସ୍କୁଲ ସକାଳୁଆ ଚାଲୁ ରହିବ। ତେବେ ସକାଳୁଆ ସ୍କୁଲ ପାଇଁ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ମେ ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳେ ୬ଟାରୁ ୯ଟା ଯାଏଁ ସ୍କୁଲ ଖୋଲା ରହିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଏପ୍ରିଲ ୨୦ ମଧ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ କ୍ଲାସ ପ୍ରମୋସନ ସରିବ ବୋଲି ସୂଚନା ମିଳିଛି ।