କଳାହାଣ୍ଡିକୁ ଲେଉଟିଲା ‘କରୋନା’, ପୁଣି ୧୧ ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା/ଧର୍ମଗଡ଼ (ରାଜୁ କୁମାର/ଇଙ୍ଗିତ): କଳାହାଣ୍ଡି ଜିଲ୍ଲାକୁ ପୁଣି ଥରେ ଲେଉଟିଛି ମହାମାରୀ ‘କରୋନା’। ଆଜି ଆଉ ୧୧ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ମହାରାଷ୍ଟ୍ର, ଗୁଜରାଟ ଓ ଛତିଶଗଡ଼ରୁ ଫେରି କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ତେବେ ଅନ୍ୟ ଜଣେ ଟେମ୍ପରାରି ମେଡିକାଲ୍‌ ସେଣ୍ଟର (ଟିଏମ୍‌ସି) ସୁପରଭାଇଜର ଅଛନ୍ତି। ରକ୍ତ ଓ ସ୍ୱାବ୍‌ ଟେଷ୍ଟରୁ ଏମାନେ ‘କରୋନା’ରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ସମସ୍ତଙ୍କୁ ଭବାନୀପାଟଣା କୋଭିଡ୍‌ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଏବେ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଏନେଇ ସିଡିଏମ୍‌ଓ ଜଗୁ ଅଗ୍ରୱାଲ୍‌ ପ୍ରଥମେ ସୋଶାଲ୍‌ ମିଡିଆରେ ସୂଚନା ଦେଇଥିଲେ। ପରେ କଳାହାଣ୍ଡି ଜିଲ୍ଲାପାଳ ଡକ୍ଟର ଗାଭାଲି ପରାଗ ହର୍ଷଦ ସ୍ପଷ୍ଟ କରିଥିଲେ। ଏମାନଙ୍କୁ ମିଶାଇ ରାଜ୍ୟରେ ‘କରୋନା’ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୩ରେ ପହଞ୍ଚିଛି।

ପୂର୍ବରୁ କଳାହାଣ୍ଡି ଜିଲ୍ଲାରେ ୨ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନେ ସମସ୍ତେ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଏବେ କଳାହାଣ୍ଡି ଜିଲ୍ଲା ଅରେଞ୍ଜ ଜୋନ୍‌ରେ ରହିଛି।

ଆହୁରି ପଢ଼ନ୍ତୁ

ଆଜି ସକାଳେ ୭୪ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ଭିତରୁ ବୌଦ୍ଧରୁ ସର୍ବାଧିକ ୨୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୧ଜଣ, କଟକରୁ ୯, ଖୋର୍ଦ୍ଧାରୁ ୭, ଗଂଜାମରୁ ୬, ଯାଜପୁରରୁ ୬, କେନ୍ଦ୍ରାପଡ଼ାରୁ ୨, ମାଲକାନଗିରିରୁ ୨, ବାଲେଶ୍ୱରରୁ ଜଣେ, ଢେଙ୍କାନାଳରୁ ଜଣେ ଓ କନ୍ଧମାଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାରୁ ପ୍ରକାଶ, ଆଜି ସୁଦ୍ଧା ରାଜ୍ୟରେ ୧୦୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୭୧୪ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

ଆଜି ୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

[ad_2]
Exit mobile version