ରାଜ୍ୟ

କାଲିଠୁ ଜଗା ଦର୍ଶନ ବନ୍ଦ | Satyasikha

ପୁରୀ(ସତ୍ୟଶିଖା): କରୋନା ନେଇ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲିଠାରୁ ମାର୍ଚ୍ଚ ୩୧ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବା ନେଇ ନିଷ୍ପତ୍ତି ହୋଇଛି।

କାଲିଠାରୁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁମାନେ ପ୍ରବେଶ କରିପାରିବେ ନାହିଁ। କେବଳ ନୀତିକାନ୍ତି ପାଇଁ ସେବାୟତମାନେ ଶ୍ରୀମନ୍ଦିର ଭିତରକୁ ଯାଇ ପାରିବେ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

 ଉଲ୍ଲେଖଯୋଗ୍ୟ ଯେ, କିଛି ଦିନ ପୂର୍ବରୁ କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ପୁରୀରେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ। ଦର୍ଶନାର୍ଥୀ ନିଜ ସମ୍ପର୍କରେ ନିର୍ଦ୍ଧାରିତ ଫର୍ମରେ ତଥ୍ୟ ଦେବାକୁ ବାଧ୍ୟତାମୂଳକ କରାଯାଇଛି। ଜ୍ୱର, ଥଣ୍ଡା ହୋଇଥିଲେ ଦର୍ଶନ ପାଇଁ ନ ଆସିବାକୁ ପରାମର୍ଶ ଦେଇଛି ଜିଲ୍ଲା ପ୍ରଶାସନ। ପରିବାରର କେହି ବିଦେଶରୁ ଫେରିଥିଲେ ଫର୍ମରେ ସ୍ପଷ୍ଟ ଭାବେ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ଶ୍ରୀମନ୍ଦିରରେ କେତେକ ପୂଜାବିଧି ଏବଂ ପରମ୍ପରା ଉପରେ କଟକଣା ଲାଗୁ କରାଯାଇଛି।  ସେବାପୂଜା ବେଳେ  ସେବାୟତ ମୁହଁରେ ମୁଖା ପିନ୍ଧୁଥିବା ବେଳେ  ଶ୍ରୀମନ୍ଦିର ଭିତରେ ସଂକୀର୍ତ୍ତନ ଜରିଆରେ ପୂଜାପାଠକୁ ବାରଣ  କରାଯାଇଛି।  ଧାଡ଼ି ଦର୍ଶନ ବ୍ୟବସ୍ଥା ହୋଇଥିବା ବେଳେ ଧାଡ଼ି ଭିତରେ ୨ ମିଟରର ବ୍ୟବଧାନ ମଧ୍ୟ ରହିବ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

ଅରୁଣ ସ୍ତମ୍ଭ, ଗରୁଡ ସ୍ତମ୍ଭ ଏବଂ କୌଣସି ଦେବା ଦେବୀ କିମ୍ବା କୌଣସି ପଦାର୍ଥ ଓ ବସ୍ତୁକୁ ଛୁଇଁବାକୁ ବାରଣ କରାଯାଇଛି।  ଜଗମୋହନ ଭିତର ଏବଂ ଅରୁଣ ସ୍ତମ୍ଭ ପାଖରେ ଭକ୍ତଙ୍କ ଗହଳି ଉପରେ କଟକଣା ଲାଗୁ କରାଯାଇଛି | ଯାତ୍ରୀମାନଙ୍କୁ ଶୃଙ୍ଖଳିତ ଭାବରେ ଜଗମୋହନ ଭିତରକୁ ଛଡ଼ାଯାଉଛି | ଆନନ୍ଦ ବଜାରରେ ବସିବା ଏବଂ ଭୋଜନ ବ୍ୟବସ୍ଥା ଉପରେ ମଧ୍ୟ କଟକଣା ଲଶଗୁ କରାଯାଇଛି।



[ad_2]

Show More
Back to top button