ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ ଯାଏଁ ଲଗାଣ ବର୍ଷା ସମ୍ଭାବନା l


ସତ୍ୟଶିଖା ୨୨ . ୦୮.୨୦୨୦ : ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ରୁ ୨୬ ତାରିଖ ଯାଏଁ ଲଗାଣ ବର୍ଷା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବଢିବ। ଆଜି ରାଜ୍ୟର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ଯାଜପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୨୩ ତାରିଖରେ ବାଲେଶ୍ୱର, ଭଦ୍ରକ, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି । ଏହାପରେ ତେବେ ଏହି ସମୟରେ ଓଡ଼ିଶା ଉପକୂଳରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।
୨୪ରୁ ବର୍ଷାର ପରିମାଣ ବଢ଼ିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ରହିଛି । ଅନୁଗୁଳ, ସମ୍ବଲପୁର, ମାଲକାନଗିରି , କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼, ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ୨୫ ଓ ୨୬ରେ ବର୍ଷା ଲାଗି ରହିବ । ୨୪ରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ସମ୍ଭାବ୍ୟ ବର୍ଷା ନେଇ ସତର୍କ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା ।