ରାଜ୍ୟ

କ୍ୱାରେଣ୍ଟାଇନରେ ରହିଲେ ଯାଜପୁର ଜିଲ୍ଲାର ୩ ଡାକ୍ତର ଓ ୧୯ ନର୍ସ

ଯାଜପୁର (ସତ୍ୟଶିଖା): ଯାଜପୁର ଜିଲ୍ଲାର ୩ ଜଣ ଡାକ୍ତର ଓ ୧୯ ଜଣ ନର୍ସଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି। ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଆଜି ଏନେଇ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ସେ କହିଛନ୍ତି,“ ଗତକାଲି ଯାଜପୁରରେ ଚିହ୍ନଟ ହୋଇଥିବା ପାଞ୍ଚ ଜଣ କରୋନା ଆକ୍ରାନ୍ତ ହସ୍‌ପିଟାଲକୁ ଆସିଥିଲା ବେଳେ  ସେମାନେ ସେଠାରେ କିଛି ଡାକ୍ତର ଓ ନର୍ସମାନଙ୍କ ସଂସ୍ପର୍ଶରେ ଆସିଥିଲେ। ପରବର୍ତ୍ତୀ କାଳରେ ତାହା ଜଣାପଡ଼ିବା ପରେ ଗତକାଲି ରାତିରେ ତିନି ଜଣ ଡାକ୍ତର ଓ ୧୯ ଜଣ ନର୍ସଙ୍କୁ  ଯାଜପୁରର କୋଭିଡ୍‌ କେୟାର ହସପିଟାଲରେ କ୍ୱାରେଣ୍ଟାଇନରେ ରଖାଯାଇଛି। ସେମାନଙ୍କ ପରିବାର ଲୋକଙ୍କୁ ମଧ୍ୟ ହୋମ୍‌ କ୍ୱାରେଣ୍ଟାଇନରେ ରହିବାକୁ କୁହାଯାଇଛି।”

ସୂଚନାଯୋଗ୍ୟ, ଗତକାଲି ଯାଜପୁର ଜିଲ୍ଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। କୋରେଇରୁ ଜଣେ, ଯାଜପୁରରୁ ୩ ଓ ଦଶରଥପୁରରୁ ଜଣେ ଆକ୍ରାନ୍ତ  ଚିହ୍ନଟ ହୋଇଥିଲେ। ସେମାନେ ସମସ୍ତେ କୋଲକାତା ବଡ଼ବଜାର ଅଞ୍ଚଳରେ ଶ୍ରମିକ ଭାବେ କାମ କରୁଥିଲେ। ସେଠାରେ ସେମାନେ ଅନ୍ୟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରାଯାଉଛି।

[ad_2]
Show More
Back to top button