ଗଞ୍ଜାମରେ ଆଉ ୧୮ କରୋନା ଯୋଦ୍ଧା ପଜିଟିଭ୍


ବ୍ରହ୍ମପୁର (ସତ୍ୟଶିଖା): ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ଲୋକାଲ କେସ୍ ୨୭ଟି ବୋଲି ଜଣାପଡ଼ିଛି। ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ଜଣ କରୋନା ଯୋଦ୍ଧା ଅଛନ୍ତି।
ସେହିପରି ପୁରୁଷୋତ୍ତମପୁରର ଜଣେ ସୁରତ ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଉ ୩୯ ଜଣ କଣ୍ଟାକ୍ଟ ଟ୍ରେସିଂରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି।
ଆହୁରି ପଢ଼ନ୍ତୁ
ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୯୫ ଛୁଇଁଛି। ସେମାନଙ୍କ ମଧ୍ୟରୁ ୮୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୭୫ ଜଣ ଚିକିତ୍ସାଧୀନ ଅଛନ୍ତି।
ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୪,୪୩୨ଜଣ ସୁସ୍ଥ ହୋଇ ସାରିଲେଣି। ଏବେ ବି ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ୧,୯୦୩ ଜଣ ଚିକିତ୍ସିତ ହେଉଛନ୍ତି।
ଆହୁରି ପଢ଼ନ୍ତୁ
[ad_2]






