ରାଜ୍ୟ

ଆଉ ୫୦ କରୋନା ଆକ୍ରାନ୍ତ ସୁସ୍ଥ ହେଲେ; କେଉଁ ଜିଲ୍ଲାରେ କେତେ ପଢ଼ନ୍ତୁ

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ୫୦ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରେ ଗଞ୍ଜାମରୁ ୨୨, ବାଲେଶ୍ୱରରୁ ୧୫, ଭଦ୍ରକରୁ ୫, ଯାଜପୁର ଓ ବୌଦ୍ଧରୁ ୩ ଜଣ ଲେଖାଏଁ, ମୟୂରଭଞ୍ଜ ଓ ରାଉରକେଲାରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୩୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ

ଆଜି ସକାଳେ ୫୧ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ରେ ପହଞ୍ଚିଛି। ସେମାନଙ୍କ ଭିତରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୯୨ ଜଣ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୭୦୩ ଜଣ ‘କରୋନା’ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି।



[ad_2]

Show More
Back to top button