ଗୁରୁବାରରାଶିଫଳ : ଆଜିର ଦିନଟି କେମିତି କଟିବ ଆସନ୍ତୁ ଜାଣିବା l

ସତ୍ୟଶିଖା : ୧୩/୦୩/୨୦୨୫:

ମେଷ– ଶୁକ୍ଳ ପକ୍ଷ ପଞ୍ଚମ ଚନ୍ଦ୍ର ରହିଥିବାରୁ ଦିନଟି ବହୁତ ଭଲ ରହିଛି । ଅନ୍ୟକୁ ସାହାଯ୍ୟ କରିବେ। ଆଲୋଚନା କରି କାର୍ଯ୍ୟ ଆଗକୁ ବଢ଼ାନ୍ତୁ। କିଛି ଜରୁରୀ କାର୍ଯ୍ୟ ଆସନ୍ତାକାଲି ପୂର୍ଣ୍ଣ ହେବ । ଛାତ୍ର ଛାତ୍ରୀ ଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି ।

ବୃଷ – ବନ୍ଧୁ ଓ ପରିବାର ବର୍ଗଙ୍କ ସହ ସମୟ ଅତିବାହିତ କରିବେ। କର୍ମ କ୍ଷେତ୍ର ଅନ୍ତଃ କଳହରୁ ଦୂରେଇ ରୁହନ୍ତୁ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ । ଆର୍ଥିକ ସ୍ଥିତି ମଧ୍ୟମ ରହିବ । ମାନସିକ ସ୍ତରରେ କିଛି ମାତ୍ରାରେ ଦ୍ୱେଷ ଦେଖା ଦେବ ।

ମିଥୁନ – ତୃତୀୟ ଚନ୍ଦ୍ର ରହିଥିବାରୁ  ମନ ଉତ୍ସାହିତ ରହିବ । କାର୍ଯ୍ୟ କ୍ଷେତ୍ରରେ ନିଜକୁ ବ୍ୟସ୍ତ ରଖିବେ। ଅଟକି ଥିବା କାର୍ଯ୍ୟର ଆସନ୍ତାକାଲି ପୁନଃ ଆରମ୍ଭ କରିବେ ।ଛାତ୍ର ଛାତ୍ରୀ ମାନେ ନିଜ କାର୍ଯ୍ୟରେ ମନୋନିବେଶ କରିବେ। ଦମ୍ପତି ମାନଙ୍କ ପାଇଁ ଦିନଟି ବ୍ୟସ୍ତ ବହୁଳ ରହିବ ।

କର୍କଟ – ଗୁରୁବାର କର୍କଟ ରାଶିର ଘାତ ଚନ୍ଦ୍ର । ଦିନଟି ଆପଣଙ୍କୁ ମଧ୍ୟମ ଫଳ ଦେବ ।  ଚିନ୍ତାକୁ ମନରୁ ଦୂରୀଭୂତ କରନ୍ତୁ । ଧନ ଲାଭର ସଂଯୋଗ ରହିଛି । ଖର୍ଚ୍ଚ ମଧ୍ୟ ଅଧିକ ହୋଇ ପାରେ । ଛାତ୍ର ଛାତ୍ରୀ ମାନେ ଭବିଷ୍ୟତ ଚିନ୍ତାରେ ରହିବେ ।

ସିଂହ – ଭାଗ୍ୟ ଆଜି ଆପଣଙ୍କ ସାଥ ଦେବ । ଶ୍ରୀ ଚନ୍ଦ୍ର ରହିଥିବାରୁ ଧନ ପ୍ରାପ୍ତି ଯୋଗ ରହିଛି । ବୈବାହିକ ସମ୍ପର୍କରେ ମନ ମଳିନ୍ୟା ଦେଖିବାକୁ ମିଳିପାରେ । ଅଯଥା ଖର୍ଚ୍ଚରୁ ନିଜକୁ ବଞ୍ଚାଇବାକୁ ଚେଷ୍ଟା କରନ୍ତୁ । ବିଦ୍ୟାର୍ଥୀ ମାନେ ଆଶାୟୀ ହେବେ ।

କନ୍ୟା – ଇଚ୍ଛା କରିଥିବା ଜିନିଷକୁ ପ୍ରାପ୍ତ କରି ପାରନ୍ତି । ମନ ଧ୍ୟାନ ଦେଇ କାର୍ଯ୍ୟ କଲେ ନିଶ୍ଚୟ ସଫଳତା ମିଳିବ । ବିଦେଶ ଯାତ୍ରାର ଯୋଗ ରହିଛି ।ଛାତ୍ର ଛାତ୍ରୀ ମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।

ତୁଳା – ଅଧିକ ଆୟର ଯୋଗ ରହିଛି । କାର୍ଯ୍ୟ କ୍ଷେତ୍ରରେ କିଛି ବଡ଼ ନିଷ୍ପତି ନେଇ ପାରନ୍ତି । ଆର୍ଥିକ ସ୍ଥିତି ଦୁର୍ବଳ ହେବ । ବନ୍ଧୁ ମାନଙ୍କ ସହଯୋଗ ମିଳିବ । ପରିବାରରେ ଚାଲିଥିବା ସମସ୍ୟା ର ସମାଧାନ ହୋଇ ଯିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ବିଛା – ସୁଖ ସମ୍ମାନ ଲାଭର ଯୋଗ ରହିଛି । ପରିବାରରେ ଶାନ୍ତି ବଜାୟ ରହିବ। ବିରୋଧୀ ମାନେ ହଇରାଣ କରିବାକୁ ପ୍ରୟାସ କରିବେ । କର୍ମ କ୍ଷେତ୍ର ରେ ସାବଧାନ ଅବଲମ୍ବନ କରନ୍ତୁ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ଲାଭ କରିବେ । ବ୍ୟବସାୟ ରେ ଉନ୍ନତି ହେବ ।

ଧନୁ – ବ୍ୟୟ ବୃଦ୍ଧି ହେବ । କିଛି ମାନସିକ ସମସ୍ୟା ଦେଖା ଦେଇ ପାରେ । ମନୋବଳ ଦୃଢ଼ ରହିବେ । କାର୍ଯ୍ୟରେ ସଫଳତା ଡେରିରେ ମିଳିବ । ବିଦ୍ୟାର୍ଥୀ ମାନେ ପାଠରେ ମନୋ ନିବେଶ କରିବେ । ପରିବାରରେ ମନ ମାଳିନ୍ୟା ଲାଗି ରହିବ ।

ମକର – ଶରୀର ପୀଡା ହେବ। ଦିନ ରେ କିଛି ବାଧା ବିଘ୍ନ ଦେଖା ଦେଇପାରେ । କରିଥିବା ଆର୍ଥିକ ଯୋଜନାରୁ ଲାଭ ପ୍ରାପ୍ତ ହେବ ।ବିଦ୍ୟାର୍ଥୀ ମାନେ ପାଠ ରେ ମନୋନିବେଶ କରିବେ ନାହିଁ । ବ୍ୟବସାୟ ରେ ମଧ୍ୟମ ଫଳ ମିଳିବ ।

କୁମ୍ଭ – ସପ୍ତମ ଚନ୍ଦ୍ର ହେତୁ । ସର୍ବ କାର୍ଯ୍ୟରେ ସିଦ୍ଧି ହେବ । ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଚାକିରିରେ ପଦୋନ୍ନତି ଘଟିବ । ବ୍ୟବସାୟରେ ଅଧିକ ଅର୍ଥ ଲାଭର ଯୋଗ ରହିଛି । ମନ ସମ୍ମାନ ମିଳିବ । ଭାବିଚିନ୍ତି କାର୍ଯ୍ୟ ନିଷ୍ପତି ନିଅନ୍ତୁ ।

ମୀନ – ଆସନ୍ତାକାଲି ଦିନଟି ଆପଣଙ୍କୁ ଅନେକ ଭଲ ଫଳ ଦେବ । ବିଚାର ଆପଣଙ୍କ ପକ୍ଷ ରେ ରହିବ । ସାମାନ୍ୟ ମାନସିକ ଅଶାନ୍ତି ଦେଖା ଦେବ । କିନ୍ତୁ ନିଜ ନିଅନ୍ତ୍ରଣ ଯୋଗୁଁ ତାହା ଆପଣ ସମାଧାନ କରିବାକୁ ସକ୍ଷମ ହେବେ । ବ୍ୟବସାୟରେ ଲାଭ କ୍ଷତି ଲାଗି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Exit mobile version