ଚିହ୍ନଟ ହେଲେ ୧୭୯ କରୋନା ଆକ୍ରାନ୍ତ; ଗଞ୍ଜାମରୁ ପୁଣି ସର୍ବାଧିକ ଚିହ୍ନଟ

ଭୁବନେଶ୍ୱର(ସତ୍ୟଶିଖା): ରାଜ୍ୟର ୧୫ ଜିଲ୍ଲାରୁ ନୂଆ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ  ୧୫୦ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ଓ ୨୯ ଲୋକାଲ କେସ୍‌ ବୋଲି ଜଣାଯାଇଛି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମରୁ ସର୍ବାଧିକ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଗତ ୨ ଦିନ ଧରି ମଧ୍ୟ ଏହି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତକାଲି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗତ ଗୁରୁବାର ଏହି ଜିଲ୍ଲାରୁ ସର୍ବାଧିକ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାବ୍ୟତୀତ ପଶ୍ଚିମବଙ୍ଗରୁ ଅମ୍ଫାନ ଡ୍ୟୁଟି ସାରି ଫେରିଥିବା ଉଦ୍ଧାରକାରୀ ଦଳରୁ ୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଥିବା ବେଳେ ୩୨୯୭ ଜଣ ସୁସ୍ଥ ହୋଇ ସାରିଛନ୍ତି। ସେମାନଙ୍କ ବ୍ୟତୀତ ୧୫୪୩ଜଣ ଏବେ ରାଜ୍ୟର ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।



[ad_2]

Exit mobile version