ରାଜ୍ୟ

ଚିହ୍ନଟ ହେଲେ ୬୭ ଆକ୍ରାନ୍ତ ; ୧୬୬୦ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮୧୨ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅବଶିଷ୍ଟ ୮୪୧ ଜଣ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ

୧୦ଟି ଜିଲ୍ଲାରୁ ଏହି ୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁର ଓ ଖୋର୍ଦ୍ଧାରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡ଼ ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୪ ଜଣ, ବଲାଙ୍ଗିର, ଜଗତସିଂହପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ ଓ କେନ୍ଦୁଝର ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

[ad_2]
Show More
Back to top button