ବ୍ରହ୍ମପୁର (ଅଶୋକ ବ୍ରହ୍ମା): ଆସନ୍ତାକାଲିଠାରୁ ୭ ଦିନ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲା ଛତ୍ରପୁର ଏନ୍ଏସି ଅଞ୍ଚଳକୁ ଶଟ୍ଡାଉନ୍ ଘୋଷଣା କରାଯାଇଛି। କରୋନା ମୁକାବିଲା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏନ୍ଏସିକୁ ଶଟ୍ଡାଉନ କରିଛନ୍ତି। ଏହି ୭ ଦିନ କେବଳ ଅତ୍ୟାବଶ୍ୟକ ସେବା ଛଡ଼ା ଅନ୍ୟ ସବୁ ବନ୍ଦ ରହିବ ବୋଲି ଜିଲ୍ଲାପାଳ କହିଛନ୍ତି। ତେବେ ଶଟ୍ଡାଉନ ଘୋଷଣା ହେବା ପରେ ବଜାରରେ ହଠାତ ଲୋକଙ୍କ ଭିଡ଼ ବଢ଼ିଯାଇଛି। ୭ ଦିନ ପାଇଁ ବଜାର ବନ୍ଦ ରହିବାକୁ ଥିବାରୁ ଅତ୍ୟାବଶ୍ୟକ ସାମଗ୍ରୀ ଓ ପନିପରିବା କିଣିବା ଲାଗି ଲୋକେ ବଜାରକୁ ଧାଉଁଥିବା ଦେଖିବାକୁ ମିଳିଛି।
ଆହୁରି ପଢ଼ନ୍ତୁ
ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ ୧୩୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୯୨ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟମାନେ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକତ୍ସାଧୀନ ଅଛନ୍ତି। ଗଞ୍ଜାମ ଜିଲ୍ଲାରେ ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଆହୁରି ପଢ଼ନ୍ତୁ
[ad_2]