ଭୁବନେଶ୍ୱର(ସତ୍ୟଶିଖା): ରାଜଧାନୀର ଡୁମୁଡୁମା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ବିଏମ୍ସି କମିଶନର ଏନେଇ ଘୋଷଣା କରିଛନ୍ତି।
ଆହୁରି ପଢ଼ନ୍ତୁ
କୌଣସି ଟ୍ରାଭେଲ ହିଷ୍ଟ୍ରି ନଥାଇ ମଧ୍ୟ ସୁବାସ ନଗର ବସ୍ତିରୁ ଏକାଧିକ ପଜିଟିଭ ମିଳିବା ପରେ ଡୁମୁଡୁମା ଏପରି କଟକଣା ଲାଗୁ କରାଯାଇଛି। ଡୁମୁଡୁମା ହନୁମାନ ମନ୍ଦିରରୁ ପ୍ଲଟ ନଂ ୩୨୩ ଯାଏ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରାଯାଇଛି। ଏହାବ୍ୟତୀତ ପ୍ଲଟ ନଂ ୩୨୩ରୁ ପ୍ଲଟ ନଂ ୨୬୧ ଓ ୨୫୮ ଯାଏ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି।
କଣ୍ଟେନମେଣ୍ଟ ପାଇଁ ଜାରି ସମସ୍ତ କଟକଣା ସଂପୃକ୍ତ ଅଞ୍ଚଳରେ ଲାଗୁ ହେବ। ଏହାବ୍ୟତୀତ ସବୁ ଅଫିସ ବନ୍ଦ ରହିବା ସହ ଲୋକମାନଙ୍କୁ ଘରେ ରହିବାକୁ ବିଏମ୍ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।