ତୃତୀୟ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିଛନ୍ତି ବିଧାନସଭା କର୍ମଚାରୀ, ୩୦ରେ ଲୋକସେବା ଭବନରେ ବସିବ ବିଧାନସଭା

ଭୁବନେଶ୍ୱର (ସତ୍ୟଶିଖା): ଓଡ଼ିଶାରେ ଗତକାଲି ତୃତୀୟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ତାଙ୍କ ସଂସ୍ପର୍ଶରେ ଜଣେ ବିଧାନସଭା କର୍ମଚାରୀ ଆସିଛନ୍ତି। ସେଥିପାଇଁ ୩୦ ତାରିଖରେ ଲୋକସଭା ଭବନରେ ବିଧାନସଭା ବସିବ ଓ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହେବ। ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଗତକାଲି ରାତିରେ ଆମେ ଜାଣିବାକୁ ପାଇଲୁ ଯେ ବିଧାନସଭାର ଜଣେ କର୍ମଚାରୀ ତୃତୀୟ କରୋନା ରୋଗୀ ସଂସ୍ପର୍ଶରେ ଆସିଛନ୍ତି। ତେଣୁ ସମସ୍ତ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍‌ରେ ରହିବା ପାଇଁ କୁହାଯାଇଛି। ତା’ସହିତ ବିଧାନସଭା କୋଠାକୁ ଡିସ୍‌ଇନ୍‌ଫେକ୍ସନ୍‌ କରିବା ମଧ୍ୟ ଆବଶ୍ୟକ ହୋଇପଡ଼ିଛି।

ଆହୁରି ପଢ଼ନ୍ତୁ

ବାଚସ୍ପତି ଆହୁରି କହିଛନ୍ତି ଯେ ଲୋକସେବା ଭବନ କନ୍‌ଭେନ୍‌ସନ୍ ହଲ୍‌ରେ ବିଧାନସଭା ବସିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବିଧାୟକମାନେ ଦୁଇ ମିଟର ଦୂରରେ ବସିବେ। ତେଣୁ ସବୁ ଦଳର ନେତାଙ୍କୁ ସେମାନଙ୍କର ୩୦ ପ୍ରତିଶତ ବିଧାୟକଙ୍କୁ ନେଇକି ଆସିବାକୁ କୁହାଯାଇଛି। ସେହିଭଳି ବିଧାୟକମାନଙ୍କୁ ନଅଟକାଇବାକୁ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଜଣାଇ ଦେଇଛୁ।

ସରକାରଙ୍କ କୋଭିଡ୍-୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ କହିଛନ୍ତି ଯେ ଓଡ଼ିଶାରେ କରୋନାରେ ଆକ୍ରାନ୍ତ ହୋଇଥିବା ତୃତୀୟ ବ୍ୟକ୍ତି ଜଣଙ୍କ ଭୁବନେଶ୍ୱରର। ତାଙ୍କ ବୟସ ୬୦ ବର୍ଷ। ସେ ମାର୍ଚ୍ଚ ୭ ତାରିଖରେ ଦିଲ୍ଲୀ ଯାଇଥିଲେ। ଦିଲ୍ଲୀରୁ ହରିଆଣାର ରିୱାଡ଼ା ଯାଇ ୧୦ ତାରିଖରେ ଭୁବନେଶ୍ୱର ଫେରିଥିଲେ। ଇଣ୍ଡିଗୋ ବିମାନ 6E 2014 ବିମାନରେ ସେ ଫେରିଥିଲେ। ତାଙ୍କ ସହିତ ତାଙ୍କ ପତ୍ନୀ ଓ ଝିଅ ଥିଲେ।  ମାର୍ଚ୍ଚ ୧୩ରେ ସେ ଅସୁସ୍ଥ ଅନୁଭବ କରିଥିଲେ। ତେଣୁ ମାର୍ଚ୍ଚ ୧୬ରେ ବିଧାନସଭା ଡିସ୍ପେନ୍‌ସାରୀକୁ ଚିକିତ୍ସା ପାଇଁ ଯାଇଥିଲେ। ଏହା ପରେ୨୧ରେ କର କ୍ଲିନିକ ଯାଇ ୨୩ରେ ଆଇସିୟୁରେ ଭର୍ତ୍ତି ହୋଇଥିଲେ।

[ad_2]
Exit mobile version