ସତ୍ୟଶିଖା(ଭୁବନେଶ୍ୱର)୨୨.୦୬. ୨୦୨୨ : ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ମିଳିଛି Z ପ୍ଲସ ସୁରକ୍ଷା । ଏନଡିଏ ପକ୍ଷରୁ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ଏହି ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି । ଯେଉଁଥିରେ ୧୦ରୁ ଅଧିକ ଏନ୍ଏସଜି ସହ ସିଆରପିଏଫ୍ କମାଣ୍ଡୋ ରହିଛନ୍ତି । ଆଜି ରାଇରଙ୍ଗପୁର ବାସଭବନରୁ ନିକଟସ୍ଥ ମନ୍ଦିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ବେଳେ ଦ୍ରୌପଦୀଙ୍କ ସହ ଏହି ସୁରକ୍ଷା ବ୍ୟବସ୍ଥା ଦେଖିବାକୁ ମିଳିଥିଲା । କମାଣ୍ଡୋମାନେ କର୍ଡନ୍ କରି ଦ୍ରୋପଦୀଙ୍କୁ ବିଭିନ୍ନ ସ୍ଥାନକୁ ନେଇ ଯାଇଥିଲେ । ଏହି ସୁରକ୍ଷା ବ୍ୟବସ୍ଥା ୨୪ ଘଣ୍ଟିଆ ଭାବେ ତାଙ୍କ ସହ ରହିବ। ରାଇରଙ୍ଗପୁରରୁ ଭୁବନେଶ୍ୱର ଓ ପରେ ଦିଲ୍ଲୀ ଯାଏଁ କମାଣ୍ଡୋମାନେ ତାଙ୍କୁ ସୁରକ୍ଷା ଯୋଗାଇବେ ।
Z ପ୍ଲସ୍ ସୁରକ୍ଷାରେ ୧୦ ଜଣ କମାଣ୍ଡୋଙ୍କୁ ମିଶାଇ ମୋଟ୍ ୧୫୦ ଜଣ ସୁରକ୍ଷାକର୍ମୀ ଥାନ୍ତି । ୫ଟି ବୁଲେଟ୍ ପ୍ରୁଫ୍ କାର୍ ବି ସୁରକ୍ଷାରେ ମୁତୟନ ହୋଇଥାଏ । ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ରାହୁଲ ଗାନ୍ଧି, ବ୍ୟବସାୟୀ ମୁକେଶ ଅମ୍ବାନୀ ଭଳି ବ୍ୟକ୍ତି ବିଶେଷଙ୍କୁ Z ପ୍ଲସ୍ ସୁରକ୍ଷା ଦିଆଯାଉଛି।