ନ୍ୟୁଜ୍ରାଜ୍ୟ

ଘନେଇଲାଣି ବାତ୍ୟା ସମ୍ଭାବନା, ସୃଷ୍ଟି ହେଲା ଲଘୁଚାପ

ସତ୍ୟଶିଖା( ଭୁବନେଶ୍ୱର )୨୦.୧୦.୨୦୨୨: 

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’କୁ ନେଇ ବଢୁଛି ସସ୍‌ପେନ୍ସ। ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟଟି ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି ଘୁର୍ଣ୍ଣିବଳୟଟି ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ପାଣିପାଗର ସୂଚନା ଅନୁସାରେ, ଏହି ଲଘୁଚାପକ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ୨୨ ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବ।  ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।
ଆଇଏମଡି ସୂଚନା ଅନୁସାରେ, ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ସ୍ଥଳ ଭାଗ ଛୁଇଁ ପାରେ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ବାତ୍ୟାର ଗତିପଥ ଓ ଲ୍ୟାଣ୍ଡଫଲ୍ ନେଇ ଏଯାଏ କୌଣସି ଆକଳନ କରିନାହିଁ।  ଅବପାତରେ ପରିଣତ ହେବା ପରେ ବାତ୍ୟା ସଂପର୍କିତ ଅଧିକ ସୂଚନା ଦିଆଯିବ ବୋଲି କହିଛନ୍ତି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ପ୍ରଭାବିତ ହେବାକୁ ଥିବା ୭ଟି ଉପକୂଳ ଜିଲ୍ଲାକୁ ଚିଠି ଲେଖି ସତର୍କ କରାଇଛନ୍ତିଏସ୍‌ଆରସି।  ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର। ଦୀପାବଳି ଛୁଟି ବାତିଲ କରି ୨୩ ଓ ୨୪ ତାରିଖରେ ଜିଲ୍ଲା ମୁଖ୍ୟଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୨ରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ମନା କରାଯାଇଛି। ୨୨ ତାରିଖ ସୁଦ୍ଧା ସମୁଦ୍ର ମଧ୍ୟରୁ ମତ୍ସ୍ୟଜୀବୀମାନଙ୍କୁ ଉପକୂଳକୁ ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।
Show More
Back to top button