ରାଜ୍ୟ

୪୦୦ ଅତିକ୍ରମ କଲା ‘କରୋନା’ ଆକ୍ରାନ୍ତଙ୍କ ସଂଖ୍ୟା, ଚିନ୍ତା ବଢ଼ାଇଲା ଗଞ୍ଜାମ

ଭୁବନେଶ୍ୱର(ସତ୍ୟଶିଖା): ରାଜ୍ୟରେ ଆଉ ୨୦ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରେ ଗଞ୍ଜାମରୁ ୧୭, ସୁନ୍ଦରଗଡ଼ରୁ ୨ ଜଣ ଓ ବୌଦ୍ଧରୁ ଜଣେ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟା ବିଭାଗ ୱେବସାଇଟ୍‌ରେ ପ୍ରକାଶ ପାଇଛି। ମାତ୍ର ଏମାନଙ୍କ ଟ୍ରାଭେଲ୍‌ ହିଷ୍ଟୋରୀ ପ୍ରକାଶ ପାଇନାହିଁ। ଆଜି ଗୋଟିଏ ଦିନରେ ୩୭ ଜଣ କରୋନାର ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ତେବେ ସୁରତ ଲିଙ୍କ ଥିବା ସନ୍ଦେହ କରାଯାଉଛି।

ଆହୁରି ପଢ଼ନ୍ତୁ

ଆଜି ସକାଳେ ୧୪ ଜଣ କରୋନା ‘ଆକ୍ରାନ୍ତ’ ଚିହ୍ନଟ ହୋଇଥିଲେ। ସେଥିରୁ ଗଞ୍ଜାମରୁ ୧୨ ଜଣ, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଅଛନ୍ତି। ଅପରାହ୍ନରେ ଆଉ ୩ ‘ଆକ୍ରାନ୍ତ’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ପରେ ଅର୍ଥାତ ସନ୍ଧ୍ୟା ବେଳେ ଆଉ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ଗଞ୍ଜାମରୁ ୧୭ ଜଣ, ସୁନ୍ଦରଗଡ଼ରୁ ୨ ଜଣ ଓ ବୌଦ୍ଧରୁ ଜଣେ ଅଛନ୍ତି। ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଞ୍ଚିଛି।

ଆଜି ସୁଦ୍ଧା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଛି। ସେଥିରୁ ୩ଙ୍କର ମୃତ୍ୟୁ ଘଟିଥିବା ବେଳେ ୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୩୨୬ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି।

[ad_2]
Show More
Back to top button