ନୟାଗଡ଼ରେ ପାଦ ଥାପିଲା ‘କରୋନା’ | Satyasikha

ଭୁବନେଶ୍ୱର (ସତ୍ୟଶିଖା): ମହାମାରୀ ‘କରୋନା’ ଓଡ଼ିଶାରେ କାୟା ବିସ୍ତାର କରିବାରେ ଲାଗିଛି। ପ୍ରଥମ ଥର ପାଇଁ ନୟାଗଡ଼ ଜିଲ୍ଲାରେ ପାଦ ଥାପିଛି। ଜିଲ୍ଲାର ପ୍ରଥମ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ହେଉଛନ୍ତି ଜଣେ ୪୦ ବର୍ଷୀୟ ଯୁବକ। ସୁରତରୁ ଫେରିବା ପରେ ସେ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ଠିକ୍‌ ସେହିପରି ଗଞ୍ଜାମ ଜିଲ୍ଲାରେ ଆଉ ଜଣେ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କର ବୟସ ୨୬ ବର୍ଷ। ସେ ପୁରୁଷ। ସେ ସୁରତରୁ ଫେରି କ୍ୱାରେଣ୍ଟାଇନ୍‌ରେ ଥିଲେ। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ

ଆଜି ଅକାଳେ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିରୁ ଗଞ୍ଜାମରୁ ୧୨ ଥିବା ବେଳେ ମୟୂରଭଞ୍ଜରୁ ୩ ଜଣ ଓ ଭଦ୍ରକରୁ ଜଣେ ଅଛନ୍ତି। ଅପରାହ୍ନରେ ପୁଣି ଦୁଇ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ଜଣେ ନୟାଗଡ଼ ଜିଲ୍ଲାରେ ହୋଇଥିବା ବେଳେ ଅନ୍ୟ ଜଣେ ଗଞ୍ଜାମର। ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ସୁରତ ଫେରନ୍ତା।

ଅଜି ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୯ରେ ପହଞ୍ଚିଛି। ସେଥିରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୨୧୯ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହା ଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି।



[ad_2]

Exit mobile version