

ସତ୍ୟଶିଖା( ଭୁବନେଶ୍ୱର )୦୨.୦୫.୨୦୨୨ : ଦେବଗଡ଼ ବିଧାୟକ ସୁବାଷ ପାଣିଗ୍ରୀଙ୍କ ଗିରଫକୁ ନେଇ ବିଜେପି -ବିଜେଡି ମୁହାଁମୁହିଁ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ସରକାରଙ୍କୁ ସମାଲୋଚନା କରିବା ପରେ ପ୍ରତିଯବାବ ଦେଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । ଏହି ଦୁଇ ନେତା ବିଭିନ୍ନ ସୟରେ ଟ୍ୱିଟ୍ରରେ ମୁହାଁମୁହିଁ ହେଉଥିବା ଦେଖାଦେଉଛି । ଗତକାଲି ଦେବଗଡ଼ ପୋଲିସ ବିଡିଓଙ୍କୁ ଆକ୍ରମଣ କରିବା ଅଭିଯୋଗରେ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କୁ ଭୁବନେଶ୍ୱରରୁ ତାଙ୍କ କ୍ୱାର୍ଟରେ ଗିରଫ କରିଥିଲେ ।
ଦେଖନ୍ତୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ୱିଟ୍ରେ କ’ଣ କହୁଛନ୍ତି….
ଜନସାଧାରଣଙ୍କ ସମସ୍ୟାକୁ ସମାଧାନ କରିବାକୁ ଯାଇ ବିଧାୟକ ଶ୍ରୀ ପାଣିଗ୍ରାହୀ ଗିରଫ ହେବା ଅନେକ ପ୍ରଶ୍ନ ସୃଷ୍ଟି କରୁଛି । କିଛି ଅଧିକାରୀମାନେ ନିଜର କାର୍ଯ୍ୟଶୈଳିକୁ ନ ସୁଧାରି ବିରୋଧୀ ଦଳର ନେତା ମାନଙ୍କ ସ୍ୱରକୁ ଚାପିବା ପାଇଁ ଆଇନର ଅପବ୍ୟବହାର କରୁଛନ୍ତି, ଯାହା ଗଣତନ୍ତ୍ର ପାଇଁ ବିପଦଜନକ ।
କିନ୍ତୁ କିଛି ସରକାରୀ ଅଧିକାରୀ ନିଜର କର୍ତ୍ତବ୍ୟ ଓ ଦାୟିତ୍ୱକୁ ସୁଚାରୁରୂପେ ପାଳନ ନ କରି ଦଳୀୟ ଆଧାରରେ କାର୍ଯ୍ୟ କରି ଜନତାଙ୍କ ସମସ୍ୟାକୁ ଅଣଦେଖା କରିବା ସହ ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି ; ଯାହାଫଳରେ ଜନଅସନ୍ତୋଷ ଦେଖାଯାଉଛି । ଏହାର ଏକ ଉଦାହରଣ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ଗିରଫଦାରୀ ।
ଜନପ୍ରତିନିଧି ଓ ସରକାରୀ ଅଧିକାରୀଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ହିଁ ସାଧାରଣ ଲୋକଙ୍କ କାର୍ଯ୍ୟ ସହଜ ହୋଇଥାଏ ।
ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ତରବରିଆ ଭାବେ ଗିରଫ କରାଯିବା ଚିନ୍ତାର ବିଷୟ । ଜଣେ ଜନପ୍ରତିନିଧିଙ୍କର ଦାୟିତ୍ୱ ହେଉଛି ଜନସାଧାରଣଙ୍କ କାର୍ଯ୍ୟ କରିବା ଓ ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବା । ଏଥିରେ ବାଧା ସୃଷ୍ଟି କରାଯିବା ଅନୁଚିତ୍ ।
ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ କ’ଣ କହୁଛନ୍ତି ଦେଖନ୍ତୁ….
ଆପଣଙ୍କ ଦଳର ବିଧାୟକ ବୋଲି ସେ କ’ଣ ଆଇନର ଉର୍ଦ୍ଧ୍ଵରେ? ଭାଇ, ଆପଣ ସଂସଦରେ ଆଇନ ତିଆରି କରୁଛନ୍ତି। ଆପଣ ଭଲ ଭାବେ ଜାଣନ୍ତି ଯେ ଗଣତନ୍ତ୍ରରେ ମନ୍ତ୍ରୀ, ସାଂସଦ, ବିଧାୟକ, ସାଧାରଣ ଜନତା ସମସ୍ତେ ସମାନ। ବିଜେଡି ସରକାରରେ ଆଇନ ଆଗରେ ସମସ୍ତଙ୍କୁ ସମାନ ଆଖିରେ ଦେଖାଯାଏ, ଏକଥା ଓଡ଼ିଶାରେ ମଧ୍ଯ ସମସ୍ତେ ଭଲ ଭାବେ ଜାଣନ୍ତି।
କେହି ଭୁଲିଯିବା ଉଚିତ ନୁହେଁ ଯେ ଓଡ଼ିଶାରେ ଆଇନର ଶାସନ ଚାଲିଛି। ବିଗତ ତିନି ବର୍ଷ ମଧ୍ୟରେ ଆଇନକୁ ହାତକୁ ନେଇଥିବା ବିଜେଡିର ତିନି ବିଧାୟକଙ୍କ ବିରୋଧରେ ମଧ୍ୟ ଦୃଢ଼ କାର୍ଯ୍ୟାନୁଷ୍ଠାନ ହୋଇଛି। ଏବେ ସମାନ କାରଣରୁ ଦେବଗଡ଼ ବିଧାୟକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ କରାଯିବା ବେଳକୁ ଆପଣ ବିରୋଧ କରୁଛନ୍ତି କାହିଁକି?
ଭାଇ, ଆପଣ ବୋଧହୁଏ ଅବଗତ ନାହାନ୍ତି ଯେ ଦେବଗଡ଼ ବିଧାୟକ ଜଣେ କର୍ତ୍ତବ୍ୟରତ ସରକାରୀ ଅଧିକାରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଛନ୍ତି। ନିକଟ ଅତୀତରେ କେନ୍ଦ୍ରମନ୍ତ୍ରୀ ବିଶ୍ଵେଶ୍ଵର ଟୁଡୁ ମଧ୍ୟ ସରକାରୀ କର୍ମଚାରୀଙ୍କୁ ନିଜ ଅଫିସକୁ ଡାକି ମରଣାନ୍ତକ ଆକ୍ରମଣ କରିଥିଲେ।