ରାଜନୀତି

ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ବୁଲିବେ ଓ ସମୀକ୍ଷା କରିବେ

ଭୁବନେଶ୍ୱର(ସତ୍ୟଶିଖା): ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ କ୍ଷୟକ୍ଷତିର ଆକଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି । ସେ ରାଜ୍ୟର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ଆକାଶମାର୍ଗରୁ ବୁଲି ଦେଖିବାପରେ ରାଜ୍ୟ ସରକାରଙ୍କ ସହ ସମୀକ୍ଷା କରିବେ ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ମୋଦି ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ସେଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରିଥିଲେ। ଏହି ଅବସରରେ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ। ପରେ ପ୍ରଧାନମନ୍ତ୍ରୀ ମୋଦି ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ଓଡ଼ିଶାର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ଉଭୟ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ବାତ୍ୟା ଅଞ୍ଚଳ ବୁଲିବାକୁ ଯାଇଛନ୍ତି। ସେଠାରୁ ଫେରିବା ପରେ ସେ ରାଜ୍ୟ ସରକାରଙ୍କ ପଦାଧିକାରୀମାନଙ୍କ ସହ ସମୀକ୍ଷା ବୈଠକ କରିବେ ବୋଲି ଜଣାପଡ଼ିଛି।

[ad_2]
Show More
Back to top button