

ସତ୍ୟଶିଖା( ଭୁବନେଶ୍ୱର )୦୮ .୦୭ . ୨୦୨୨: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିବାକୁ ପାରମ୍ପରିକ ନାଚଗୀତରେ ଦୁଲୁକିଥିଲା ବିମାନବନ୍ଦର। ଢୋଲ ଓ ଦୁଲଦୁଲି ବାଜାର ତାଳେ ତାଳେ ଦ୍ରୌପଦୀଙ୍କୁ ଭବ୍ୟ ସ୍ୱାଗତ କରାଯାଇ ବିମାନବନ୍ଦରରୁ ରାଜ୍ୟ ଅତିଥି ଭବନକୁ ପାଛୋଟି ନିଆଯାଇଛି। ଏହି ସମୟରେ ବିମାନବନ୍ଦରରେ ଅସମ୍ଭବ ଭିଡ଼ ଜମିଥିଲା। ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇବା ନିମନ୍ତେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବହୁ ସ୍ୱେଚ୍ଛାସେବୀ ସଙ୍ଗଠନର କର୍ମୀ, ବିଜେପି ଓ ବିଜେଡିର ବହୁ ତୁଙ୍ଗ ନେତା ଉପସ୍ଥିତ ଥିଲେ।
ଶ୍ରୀମତୀ ମୁର୍ମୁ ରାଜ୍ୟ ଅତିଥି ଭବନରେ କିଛି ସମୟ ରହିବା ପରେ ବିଧାନସଭାର ନୂତନ ସମ୍ମିଳନୀ କକ୍ଷକୁ ଯିବେ। ସେଠାରେ ଏକ ବୈଠକ ଅନୁଷ୍ଠିତ ହେବ। ଯେଉଁଠି ଉପସ୍ଥିତ ରହିବେ ବିଜେଡିର ସମସ୍ତ ବିଧାୟକ ଓ ସାଂସଦ। ସେମାନଙ୍କ ସହିତ ରାଷ୍ଟ୍ରପତି ନିର୍ବାଚନ ନେଇ ଶ୍ରୀମତୀ ମୁର୍ମୁ ଆଲୋଚନା କରିବେ।