ରାଜ୍ୟ

ବାଲେଶ୍ୱରରେ ଚିହ୍ନଟ ହେଲେ ଆଉ ଜଣେ ଆକ୍ରାନ୍ତ

ଭୁବନେଶ୍ୱର(ସତ୍ୟଶିଖା): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ପଜିଟିଭ  ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା  ନୂଆ ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାର ବୋଲି  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ବାଲେଶ୍ୱର ଜିଲ୍ଲାରେ  ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ

ରାଜ୍ୟରେ ଏଯାବତ୍ ୩୪ ହଜାର ୧୩୩ RT PCR ଟେଷ୍ଟ ହୋଇସାରିଛି। ସେଥିମଧ୍ୟରୁ ଆକ୍ଟିଭ୍ କେସ୍ ୧୦୧ ଥିବା ବେଳେ ସୁସ୍ଥ ହେଲେଣି ୪୧। ଏହାବ୍ୟତୀତ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ଗୋଟିଏ ଦିନରେ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।  ସେମାନେ ସମସ୍ତେ ଯାଜପୁର କଟିକଟା ଅଞ୍ଚଳର  ହୋଇଥିବା ବେଳେ ସମସ୍ତଙ୍କର କୋଲକତା ଲିଙ୍କ୍‌ ଥିବା ଜଣାପଡ଼ିଛି।

[ad_2]
Show More
Back to top button