ରାଜ୍ୟ

ବିଶ୍ରାରେ ବଢ଼ିଲା କଣ୍ଟେନ୍‌ମେଣ୍ଟ ଅବଧି | Satyasikha

ସୁନ୍ଦରଗଡ଼ (ସତ୍ୟଶିଖା): ସୁନ୍ଦରଗଡ଼ ଜିଲ୍ଲା ବିଶ୍ରାରେ ବଢ଼ିଲା କଣ୍ଟେନ୍‌ମେଣ୍ଟ ଅବଧି। ଆହୁରି ୪୮ ଘଣ୍ଟା ପାଇଁ ଏହି ଅବଧିକୁ ବଢ଼ାଇ ଦିଆଯାଇଛି। ୧୬ ତାରିଖ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଏହି ଅବଧିକୁ ବୃଦ୍ଧି କରାଯାଇଥିବା ନେଇ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ବିଶ୍ରା ବ୍ଲକରେ ଦୁଇ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହେବା ପରେ ୧୨ ତାରିଖରେ ଏହାର କିଛି ଅଞ୍ଚଳକୁ ୪୮ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ଡରେଇକେଲା ବସ୍‌ଷ୍ଟପରୁ ପୁରୁଣା ମାର୍କେଟ କମ୍ପ୍ଲେକ୍ସ, ପୁରୁଣା ମାର୍କେଟ କମ୍ପ୍ଲେକ୍ସରୁ ବୁଡେଲଜୋର ରେଲେଓ୍ୱ ଅଣ୍ଡର ପ୍ୟାସେଜ୍, ବୁଡେଲଜୋର ରେଲେଓ୍ୱ ଅଣ୍ଡର ପ୍ୟାସେଜ୍‌ରୁ ନୟା ବସ୍ତି, ନୟା ବସ୍ତିରୁ ଭାରତ ପେଟ୍ରୋଲିୟମ୍ ଛକ, ଭାରତ ପେଟ୍ରୋଲିୟମ ଛକରୁ ଡରେଇକେଲା ବସ୍ ଷ୍ଟପ୍ ପର୍ଯ୍ୟନ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇଥିଲା। ଏ ଅଞ୍ଚଳରେ ସମସ୍ତ ଯାନବାହନ ଚଳାଚଳକୁ ବନ୍ଦ କରାଯାଇଥିଲା। କଣ୍ଟେନମେଣ୍ଟ ଜୋନ୍ ଅଞ୍ଚଳରେ ଆସୁଥିବା ସମସ୍ତ ବାସିନ୍ଦା ଘର ଭିତରେ ରହିବେ ବୋଲି କୁହାଯାଇଥିଲା। ଏହି ଅବଧି ଆଜି ଶେଷ ହେଉଥିବା ବେଳେ ନୂଆ ନିର୍ଦ୍ଦେଶ ପ୍ରକାରେ ଏହା ଆହୁରି ୪୮ ଘଣ୍ଟା ପାଇଁ ରହିବ।

ବିଶ୍ରାରେ ଚିହ୍ନଟ ହୋଇଥିବା ଦୁଇ କରୋନା ଆକ୍ରାନ୍ତଙ୍କୁ ରାଉରକେଲା ସ୍ଥିତ ହାଇଟେକ୍‌ କୋଭିଡ୍‌ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଏହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ୬୭ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ଅନ୍ୟ ଜଣେ ୧୮ ବର୍ଷୀୟ ଯୁବକ । ବୃଦ୍ଧ ଜଣଙ୍କ ଦିଲ୍ଲୀରେ କିଛି ଦିନ ରହିବା ସହିତ ନିଜାମୁଦ୍ଦିନ ବି ଯାଇଥିଲେ। ଅନ୍ୟ ଜଣଙ୍କର ସିଧାସଳଖ ନିଜାମୁଦ୍ଦିନ ଲିଙ୍କ୍ ନଥିଲା। ତେବେ ସେ ଜଣେ ନିଜାମୁଦ୍ଦିନ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିଲେ।

[ad_2]
Show More
Back to top button