ରାଜ୍ୟ

ଭୁବନେଶ୍ୱରରେ ଆଉ ଦୁଇ ‘କରୋନା’ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ସତ୍ୟଶିଖା): ଭୁବନେଶ୍ୱରରୁ ଆଉ ଦୁଇ ଜଣ ‘କରୋନା’ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ୭୦ ବର୍ଷୀୟ ବୃଦ୍ଧ ଥିବା ବେଳେ ଅନ୍ୟ ଜଣେ ୨୯ ବର୍ଷର ଯୁବକ। ବୃଦ୍ଧ ଜଣକ ହେଉଛନ୍ତି କପିଳ ପ୍ରସାଦ ହାଉସିଂ ବୋର୍ଡ କଲୋନୀର। ସେ ନିକଟରେ ଅଷ୍ଟ୍ରେଲିଆରୁ ଫେରି ଗତ ୨୨ ତାରିଖରେ ହୋମ୍‌ କ୍ୱାରେଣ୍ଟାଇନରେ ରହିଥିଲେ। ଆଜି ତାଙ୍କୁ କରୋନା ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି। ସେହିପରି ଆଉ ଜଣେ ହେଉଛନ୍ତି ବମିଖାଲର। ମାତ୍ର ତାଙ୍କର ଟ୍ରାଭେଲ୍‌ ହିଷ୍ଟୋରୀ ଜଣାପଡ଼ିନାହିଁ। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି।

[ad_2]
Show More
Back to top button