ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ଆପୋଲୋ ହସ୍‌ପିଟାଲ୍‌ର ମହିଳା କର୍ମଚାରୀ

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ଭୁବନେଶ୍ୱରର ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ଦୁଇ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ହେଉଛନ୍ତି ମହିଳା। ତାଙ୍କୁ ୪୬ ବର୍ଷ ହୋଇଛି। ସେ ଗାଡ଼କଣା ଅଞ୍ଚଳର ଓ ଆପୋଲୋ ହସ୍‌ପିଟାଲ୍‌ର କର୍ମଚାରୀ। ଅନ୍ୟ ଜଣେ ଆକ୍ରାନ୍ତ ହେଉଛନ୍ତି ନୟାପଲ୍ଲୀ ଅଞ୍ଚଳର। ସେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ। ଏହି ୩୦ ବର୍ଷୀୟ ଯୁବକଙ୍କ ପରିବାରର ଜଣେ ସଦସ୍ୟଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା।

ଆହୁରି ପଢ଼ନ୍ତୁ

ଏହା ସହିତ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୫୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୪୦ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ବୁଧବାର ଓ ଗୁରୁବାର (୧୦ ଓ ୧୧ ତାରିଖ) ଦିନ ଆପୋଲ ହସ୍‌ପିଟାଲ୍‌ରୁ ଯଥାକ୍ରମେ ୩୮ ଓ ୨୫ ବର୍ଷୀୟ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା।



[ad_2]

Exit mobile version