ଭୁବନେଶ୍ୱରରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ସତ୍ୟଶିଖା): ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ବାହାରିଛନ୍ତି ୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୪ ଜଣ ହୋମ୍‌ କ୍ୱାରେଣ୍ଟିନରେ ଥିବା ବେଳେ ଆଉ ଜଣେ ଆକ୍ରାନ୍ତ ଗଜପତି ନଗରର ଲୋକାଲ୍‌ କେସ୍‌ ବୋଲି ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ବାହାରିଲେଣି ୮୬ ଆକ୍ରାନ୍ତ। ଏହା ମଧ୍ୟରେ ୫୧ ସୁସ୍ଥ ହୋଇଥିବା ବେଳେ ୩୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ BMC ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁଦ୍ଧା ରାଜ୍ୟରେ ୨୭୮୧ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୦୬୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ସେମାନଙ୍କ ରକ୍ତ ଓ ସ୍ୱାବ୍‌ ଟେଷ୍ଟ ପାଇଁ ସଂଗ୍ରହ କରାଯାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ



[ad_2]

Exit mobile version