

ସତ୍ୟଶିଖା( ଭୁବନେଶ୍ୱର )୧୩.୦୬. ୨୦୨୨ :: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିପରି ୧୮ ବର୍ଷରୁ କମ ବୟସର କୌଣସି ବି ସଂକ୍ରମିତ ନାହାନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୫୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।
ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୨୮୮୬୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୮ଟି ଆକ୍ଟିଭ କେସ ରହିଥିବା ବେଳେ ୧୨୭୯୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।