ରାଜ୍ୟ

ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର(ସତ୍ୟଶିଖା): ରାଜ୍ୟରେ ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚି ଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ ଜରିଆରେ ତଥ୍ୟ ଦେଇଛି।

ଏହି ୫ ଜଣ ନୂଆ କରୋନା ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡ଼ିଛି। ଫଳରେ ଏଠାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚି ଯାଇଛି। ଗତକାଲି ବାଲେଶ୍ୱର ଜିଲ୍ଲାରେ ୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରେ ଜଣେ ୨ ବର୍ଷର ଶିଶୁ କନ୍ୟା ରହିଥିଲେ।

ଆହୁରି ପଢ଼ନ୍ତୁ

ଅନ୍ୟପକ୍ଷରେ ଏବେ ରାଜ୍ୟରେ ମୋଟ ଆକ୍ଟିଭ୍ କେସ୍ ୫୩ ଥିବା ବେଳେ ୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତକାଲି ସୁଦ୍ଧା ଆରୋଗ୍ୟଙ୍କ ସଂଖ୍ୟା ୨୪ ଥିଲା। ଅର୍ଥାତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣେ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସେହିପରି ରାଜ୍ୟରେ ଜଣେ ବ୍ୟକ୍ତି କରୋନାରେ ପ୍ରାଣ ହରାଇଥିଲେ।

ସୂଚନାଯୋଗ୍ୟ, ଗତକାଲି ଗୋଟିଏ ଦିନରେ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

[ad_2]
Show More
Back to top button