

ସତ୍ୟଶିଖା ( ଭୁବନେଶ୍ୱର )୦୮/୧୦ /୨୦୨୧: ଶପଥ ନେଲେ ଓଡିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି । ଜଷ୍ଟିସ୍ ଯଶୱନ୍ତ ସିଂ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା ନେଲେ ଶପଥ । ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଡକ୍ଟର ଏସ. ମୁରଲୀଧର ।
ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଯଶୋୱନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କ ଓଡ଼ିଶା ହାଇକୋର୍ଟକୁ ଏବଂ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।