ରାଜ୍ୟ

ଲଘୁଚାପ ପ୍ରଭାବରେ ରାଜ୍ୟରେ କାଲିଠୁ ବର୍ଷିବ

ଭୁବନେଶ୍ୱର (ସତ୍ୟଶିଖା): ଆସନ୍ତା ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ଏନେଇ ଟ୍ୱିଟ କରି ସୂଚନା ଦେଇଛି ‌ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ।
ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। କାଲି ଦକ୍ଷିଣ ଓଡ଼ିଶା ଓ ପରଦିନ ସାରା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ

ଏହାସହ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୧୧ ତାରିଖଠାରୁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

[ad_2]
Show More
Back to top button