ପୁଣି ଆରୋଗ୍ୟ ହେଲେ ୩୬ ‘କରୋନା’ ଆକ୍ରାନ୍ତ


ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ୩୬ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୨୩, ଯାଜପୁରରୁ ୫, ମୟୂରଭଞ୍ଜରୁ ୩, ପୁରୀ ଓ ଭଦ୍ରକରୁ ୨ ଜଣ ଲେଖାଏଁ ଏବଂ ରାଉରକେଲାରୁ ଜଣେ ଅଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୩୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
ଆଜି ସକାରେ ୭୪ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ଭିତରୁ ବୌଦ୍ଧରୁ ସର୍ବାଧିକ ୨୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୧ଜଣ, କଟକରୁ ୯, ଖୋର୍ଦ୍ଧାରୁ ୭, ଗଂଜାମରୁ ୬, ଯାଜପୁରରୁ ୬, କେନ୍ଦ୍ରାପଡ଼ାରୁ ୨, ମାଲକାନଗିରିରୁ ୨, ବାଲେଶ୍ୱରରୁ ଜଣେ, ଢେଙ୍କାନାଳରୁ ଜଣେ ଓ କନ୍ଧମାଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୧୦୫୨ରେ ପହଞ୍ଚିଛି। ସେଥିରୁ ଆଜି ୩୬ ଜଣ ସୁସ୍ଥ ହୋଇଛନ୍ତି।
ଆହୁରି ପଢ଼ନ୍ତୁ
Another 36 #COVID19 patients have recovered and are being discharged.
23 are from Ganjam
5 from Jajpur
3 from Mayurbhanj
2 each from Puri and Bhadrak, and
1 from RourkelaThe total recovered cases of Odisha now stand at 343.
— H & FW Dept Odisha (@HFWOdisha) May 20, 2020
ସୂଚନାରୁ ପ୍ରକାଶ, ଆଜି ସୁଦ୍ଧା ରାଜ୍ୟରେ ୧୦୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୭୦୩ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ଅଛନ୍ତି।
[ad_2]