ରାଜ୍ୟ

ସୁନ୍ଦରଗଡ଼ରେ ପୁଣି ଜଣେ ଆକ୍ରାନ୍ତ ଚିହ୍ନଟ, ୧୧ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର(ସତ୍ୟଶିଖା): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଏହି ନୂଆ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଫଳରେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ରାଉରକେଲା ନାଲାରୋଡ଼ର ଜଣେ ୨୯ ବର୍ଷୀୟା ମହିଳା ବୋଲି ଜଣାପଡ଼ିଛି। ମହିଳାଜଣକ କଣ୍ଟେନମେଣ୍ଟ ଜୋନ୍‌ରେ ରହୁଥିବା ବେଳେ ସେ ଆକ୍ରାନ୍ତ ପଡ଼ୋଶୀଙ୍କ ସଂସ୍ପର୍ଶରେ ଆସିଥିବା ରାଜ୍ୟ  ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ ୨୪୭୦ ସାମ୍ପଲ ଟେଷ୍ଟ ହୋଇଛି। ଏଯାବତ ରାଜ୍ୟରେ ମୋଟ ୪୧ ହଜାର ୧୨୮ଟି ନମୁନା ପରୀକ୍ଷା ସରିଛି। ସେଥିମଧ୍ୟରୁ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ ଜଣ ଚିକିତ୍ସାଧୀନ ଥିବା ବେଳେ ୬୦ ଜଣ ସୁସ୍ଥ ହୋଇ ଡିସ୍‌ଚାର୍ଜ ହୋଇଛନ୍ତି। ଜଣଙ୍କ ମୃତ୍ୟୁ ହୋଇଛି।

[ad_2]
Show More
Back to top button