ସୁସ୍ଥ ହେଲେ ୧୬୮ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ସତ୍ୟଶିଖା): ଆଜି ସୁସ୍ଥ ହୋଇଛନ୍ତି ୧୬୮ ‘କରୋନା’ ଆକ୍ରାନ୍ତ। ସେମାନଙ୍କୁ କୋଭିଡ୍‌ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ କରାଯାଇଛି। ଏମାନଙ୍କୁ ମିଶାଇ ରାଜ୍ୟର ମୋଟ୍‌ ୪୨୯୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ଆଜି ଆରୋଗ୍ୟ ହୋଇଥିବା ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୩୯ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୩, ଗଜପତିରୁ ୨୩, ପୁରୀରୁ ୧୯, ବରଗଡ଼ରୁ ୧୩, ସୁନ୍ଦରଗଡ଼ରୁ ୮; ଭଦ୍ରକ ଓ ରାୟଗଡ଼ାରୁ ୫ ଜଣ ଲେଖାଏଁ; ମାଲକାନଗିରି, କେନ୍ଦ୍ରାପଡ଼ା, କେନ୍ଦୁଝର, ଜଗତସିଂହପୁର ଓ ସୁବର୍ଣ୍ଣପୁରରୁ ୪ ଜଣ ଲେଖାଏଁ; ଅନୁଗୋଳରୁ ୩ ଜଣ, ଢ଼େଙ୍କାନାଳରୁ ୨ ଜଣ ଏବଂ ଝାରସୁଗୁଡ଼ାରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ସୁଦ୍ଧା ରାଜ୍ୟରେ ‘କରୋନା’ ୫୯୬୨ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୧୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୨୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୬୭୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୭ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟବରଣ କରିଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।



[ad_2]

Exit mobile version