

ସତ୍ୟଶିଖା ( ଭୁବନେଶ୍ୱର ) ୦୩ /୦୯ /୨୦୨୧ : ସେପ୍ଟେମ୍ବର ୬ରୁ ଉତ୍ତର ସଂଳଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କାଲିଠାରୁ ୬ ତାରିଖ ଯାଏ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ୫ ଓ ୬ ତାରିଖରେ ଅଧିକ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
ଚଳିତ ବର୍ଷ ରାଜ୍ୟରେ ୨୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି ।