

ସତ୍ୟଶିଖା (ଭୁବନେଶ୍ୱର) ୧୦/୧୨/୨୦୨୦ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୫ ମୃତକଙ୍କ ମଧ୍ୟରୁ ବଲାଙ୍ଗୀର, ଖୋର୍ଦ୍ଧା, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୨୬୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୮୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୭୪୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୯୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୨୮୧୧୬୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।