ରାଜ୍ୟରେ ଆଉ ୬୫ ‘କରୋନା’ ଆକ୍ରାନ୍ତ ସୁସ୍ଥ


ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ୬୫ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୧୪, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ, ଭଦ୍ରକରୁ ୮, କେନ୍ଦୁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଦ୍ଧାରୁ ୩, ବାଲେଶ୍ୱର ଓ ଯାଜପୁରରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
Another 65 #Covid19 patients have recovered and are being discharged.
14 are from Ganjam
10 each from Jagatsinghpur & Kendrapara
8 from Bhadrak
7 from Keonjhar
6 from Bolangir
3 from Khurda
2 each from Balasore & Jajpur and
1 each from Dhenkanal, Jharsuguda & Kandhamal.— H & FW Dept Odisha (@HFWOdisha) June 4, 2020
ଆହୁରି ପଢ଼ନ୍ତୁ
ଆଜି ସୁଦ୍ଧା ରାଜ୍ୟରେ ୨୪୭୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ୯୯୭ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ଅଛନ୍ତି।
[ad_2]