

ସତ୍ୟଶିଖା( ନୂ:ଆଦିଲ୍ଲୀ )୧୯.୦୨.୨୦୨୨ : ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ବି ଦେଶରେ ୩୦ ହଜାର ତଳେ କରୋନା ଦୈନିକ ମାମଲା ରହିଛି । ଗୋଟିଏ ଦିନରେ ଆଉ ୨୨,୨୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ୬୦୨୯୮ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ଦେଶରେ ଏଯାଏ କରୋନାରୁ ମୋଟ୍ ସୁସ୍ଥ ହେଲେଣି ୪,୨୦,୩୭,୫୩୬ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ଆଉ ୩୨୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୋଟ୍ ମୃତ୍ୟୂୁସଂଖ୍ୟା ୫,୧୧,୨୩୦ରେ ପହଞ୍ଚିଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତ ୨,୫୩,୭୩୯ ରହିଛି । ଦୈନିକ ପଜିଟିଭିଟି ହାର ୧.୮%କୁ ଖସିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି ।