

ସତ୍ୟଶିଖା(ଭୁବନେଶ୍ୱର) ୦୭ .୧୨.୨୦୨୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଢେଙ୍କାନାଳ ଜିଲ୍ଲାରୁ ଜଣେ ରହିଛନ୍ତି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।