ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଜି କୋରୋନା ନେଲା ୧୩ ମୁଣ୍ଡ l

ସତ୍ୟଶିଖା ( ଭୁବନେଶ୍ୱର ) ୨୬ . ୦୮.୨୦୨୦ :  ଆଜି ରାଜ୍ୟରେ କୋରୋନା ନେଇଛି ସର୍ବାଧିକ ୧୩ ମୁଣ୍ଡ । କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୪୧ କୁ ବୃଦ୍ଧି ପାଇଛି । ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଆଜି କରୋନାରେ କଟକ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଦା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନାନୁସାରେ,  ଆଜି ରାଜ୍ୟରେ  ସର୍ବାଧିକ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୬୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟୁଇଟି ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୫୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୧୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ରାଜ୍ୟରେ ବଢ଼ି ବଢ଼ି ଚାଲିଛି କରୋନା ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ।

Show More
Back to top button